ଦେଶ ବିଦେଶ

ଅପରେସନ ସିନ୍ଦୂର ପରେ ଆଜି ସର୍ବଦଳୀୟ ବୈଠକ ଡାକିଛନ୍ତି କେନ୍ଦ୍ର ସରକାର

ସଂଚାର ବ୍ୟୁରୋ: ପହଲଗାଓଁ ଆକ୍ରମଣକୁ ନେଇ ଅପରେସନ ସିନ୍ଦୂର ପରେ ସର୍ବଦଳୀୟ ବୈଠକ ଡାକିଛନ୍ତି କେନ୍ଦ୍ର ସରକାର। ଆଦି ଦିନ ୧୧ଟାରେ ବସୁଛି ସର୍ବଦଳୀୟ ବୈଠକ। ଅପରେସନ ସିନ୍ଦୂରକୁ ନେଇ ଭାରତୀୟ ସେନା ବାହିନୀଙ୍କ ପ୍ରଶଂସା କରିଛି କେନ୍ଦ୍ର କ୍ୟାବିନେଟ। ସେନାବାହିନୀ ଦ୍ୱାରା କରାଯାଇଥିବା ଅପରେସନକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ। ଅପରେସନ୍ ସିନ୍ଦୂରର କିଛି ଘଣ୍ଟା ପରେ ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ସାମରିକ ଆକ୍ରମଣ ବିଷୟରେ ସୂଚନା ଦେବା ପାଇଁ ଏକ କ୍ୟାବିନେଟ୍ ବୈଠକ ଡାକିଥିଲେ। ସଂସଦରେ ଅପରେସନ୍ ସିନ୍ଦୂର ବିଷୟରେ ସମସ୍ତ ରାଜନୈତିକ ଦଳକୁ ସୂଚନା ଦେବା ପାଇଁ ଏହି ସର୍ବଦଳୀୟ ବୈଠକ ଡକାଯାଇଛି। ପହଲଗାଓଁ ଆତଙ୍କବାଦୀ ଆକ୍ରମଣ ପରେ ଏପ୍ରିଲ ୨୪ ତାରିଖରେ ଡକାଯାଇଥିବା ଶେଷ ସର୍ବଦଳୀୟ ବୈଠକରେ ପ୍ରଧାନମନ୍ତ୍ରୀ ଯୋଗ ଦେବେ ବୋଲି ବିରୋଧୀ ଆଶା କରିଥିଲେ। କିନ୍ତୁ କୌଣସି କାରଣରୁ ସେ ଯୋଗ ଦେଇପାରିନଥିଲେ। ଶକ୍ତିଶାଳୀ ଏବଂ ନିର୍ଣ୍ଣାୟକ ଅପରେସନ୍ ସିନ୍ଦୂର ପରେ ଏହା ପ୍ରଥମ ସର୍ବଦଳୀୟ ବୈଠକ। ରାଜ୍ୟସଭା ଏବଂ ଲୋକସଭାରେ ବିରୋଧୀ ଦଳ ନେତା ମଲ୍ଲିକାର୍ଜୁନ ଖଡଗେ ଏବଂ ରାହୁଲ ଗାନ୍ଧି ଉଭୟ ଏହି ବୈଠକରେ ଯୋଗଦେବେ। ଏଥିରେ କୂଟନୈତିକ ଏବଂ ସୁରକ୍ଷା ରଣନୀତି ଉପରେ ଆଲୋଚନା କରାଯିବା ସମ୍ଭାବନା ରହିଛି।

Sajaga News

Related Articles

Leave a Reply

Your email address will not be published. Required fields are marked *

Back to top button