ଦେଶ ବିଦେଶ

ଆଜି ଆଣ୍ଡାମାନ ଛୁଇଁପାରେ ମୌସୁମୀ

ସଂଚାର ବ୍ୟୁରୋ: ଆଜି ଆଣ୍ଡାମାନ ଛୁଇଁପାରେ ମୌସୁମୀ । ୨୪ ଘଣ୍ଟା ମଧ୍ୟରେ ଛୁଇଁପାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଆଣ୍ଡାମାନ ସାଗର ସମେତ ଦକ୍ଷିଣ ବଙ୍ଗୋପସାଗର ଓ ଆଣ୍ଡାମାନ ନିକୋବର ଦ୍ବୀପପୁଞ୍ଜର କିଛି ଅଞ୍ଚଳକୁ ମୌସୁମୀ ବାୟୁ ଅଗ୍ରସର ପାଇଁ ପାଣିପାଗ ସଂପୂର୍ଣ୍ଣ ଅନୁକୂଳ ରହିଥିବା ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆଣ୍ଡାମାନ ଛୁଇଁବାର ଦୁଇ ସପ୍ତାହ ମଧ୍ୟରେ ମୌସୁମୀ କେରଳରେ ପହଞ୍ଚିପାରେ ।

ଜୁନ୍ ଦ୍ବିତୀୟ ସପ୍ତାହରେ ଦକ୍ଷିଣ ପଶ୍ଚିମ ମୌସୁମୀ ଓଡ଼ିଶା ସ୍ପର୍ଶ କରିବ ବୋଲି ଆକଳନ କରାଯାଇଛି ।  ଅନ୍ୟପଟେ ଏବେ ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଗତ ୨୪ ଘଣ୍ଟାରେ ୧୬ଟି ସହରର ତାପମାତ୍ରା ୪୦ ଡିଗ୍ରୀ ପାର୍ କରିଛି  । ୪୨.୯ ଡିଗ୍ରୀ ସହ ସମ୍ବଲପୁର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା ।

ଆସନ୍ତା ଦୁଇ ଦିନ ମଧ୍ୟରେ ଦିନର ସର୍ବୋଚ୍ଚ ତାପମାତ୍ରା ୨ରୁ ୩ ଡିଗ୍ରି ବୃଦ୍ଧି ପାଇବାର ସମ୍ଭାବନା ରହିଛି ।  ଏହାପରେ ଜିଲ୍ଲାଗୁଡ଼ିକରେ କୌଣସି ବଡ଼ ପରିବର୍ତ୍ତନ ହେବ ନାହିଁ। ଭଦ୍ରକ, କଟକ, ଖୋର୍ଦ୍ଧା, ଅନୁଗୁଳ, ମୟୂରଭଞ୍ଜ, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କଳାହାଣ୍ଡି, ବଲାଙ୍ଗୀର, ସୁବର୍ଣ୍ଣପୁର, ନୟାଗଡ଼, ବୌଦ୍ଧ, ଗଜପତି, ଯାଜପୁର, ଢେଙ୍କାନାଳ, ବରଗଡ଼, ନୂଆପଡ଼ା, ଜଗତସିଂହପୁର ଜିଲ୍ଲାର ସର୍ବାଧିକ ତାପମାତ୍ରା ୪୦ ଡିଗ୍ରି ଉପରେ ରହିବାର ସମ୍ଭାବନା ରହିଛି ।

Sajaga News

Related Articles

Leave a Reply

Your email address will not be published. Required fields are marked *

Back to top button