ଓଡିଶା

ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା : ସ୍ନାନବେଦୀରେ ଶ୍ରୀଜିଉ

ଭୁବନେଶ୍ୱର, ୧୧/୦୬ : ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ରତ୍ନବେଦୀରୁ ଓହ୍ଲାଇ ଆସି ସ୍ନାନବେଦୀରେ ବିଜେ କରିଛନ୍ତି କୋଟି ଓଡ଼ିଆଙ୍କ ମଉଡ଼ମଣି ଶ୍ରୀଜିଉ । ଦଇତାପତି ସେବାୟତମାନେ ଠାକୁରଙ୍କୁ ଧାଡ଼ି ପହଣ୍ଡିରେ ସ୍ନାନ ମଣ୍ଡପରେ ବିଜେ କରାଇଛନ୍ତି । ୧୦୮ ସୁବାସିତ ଜଳରେ ସ୍ନାନ କରିବେ ଚତୁର୍ଦ୍ଧାମୂର୍ତ୍ତି । ସ୍ନାନ ପରେ ହାତୀ ବେଶରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି । ଶ୍ରୀଜିଉମାନଙ୍କର ନୀତିକାନ୍ତି ଭୋର୍‌ରୁ ଆରମ୍ଭ ହୋଇଯାଇଛି । ମହାପ୍ରଭୁଙ୍କ ମଙ୍ଗଳର୍ପଣ ସକାଳ ୫.୩୨ ଆରମ୍ଭ ହୋଇଥିଲା । ଏହା ପରେ ସୁଦର୍ଶନ ମହାପ୍ରଭୁଙ୍କ ପହଣ୍ଡି ୫.୪୫ରେ ଆରମ୍ଭ ହୋଇଥିବା ବେଳେ ବଳଭଦ୍ରଙ୍କ ପହଣ୍ଡି ୫.୫୩ରେ ଆରମ୍ଭ ହେଲା । ସେହିପରି ମା ସୁଭଦ୍ରାଙ୍କ ପହଣ୍ଡି ୬.୬ ଏବଂ ଜଗନ୍ନାଥ ମହାପ୍ରଭୁଙ୍କର ପହଣ୍ଡି ୬.୨୨ ମିନିଟରେ ଆରମ୍ଭ ହୋଇଥିଲା । ପୁରୀ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି କରାଯାଇଛି । ମହାପ୍ରଭୁଙ୍କ ପହଣ୍ଡି, ଜଳଲାଗି ଓ ହାତୀବେଶ ଆଦି ନୀତିକୁ ଶୃଙ୍ଖଳିତ କରିବା ଲାଗି ସେବାୟତ ଓ ପ୍ରଶାସନ ସମସ୍ତେ ପ୍ରସ୍ତୁତ ଅଛନ୍ତି । ସ୍ନାନ ପରେ ଜ୍ବରରେ ପୀଡିତ ହେବେ ଶ୍ରୀଜିଉ । ୧୫ ଦିନ ଅଣସର ଘରେ ଚାଲିବ ମହାପ୍ରଭୁଙ୍କ ଉପଚାର । ଜ୍ବରରୁ ଭଲ ହେଲା ପରେ ଭାଇଭଉଣୀଙ୍କୁ ସାଥିରେ ନେଇ ନବଦିନାତ୍ମକ ଯାତ୍ରାରେ ବାହାରି ଆସିବେ କାଳିଆ ସାଆନ୍ତେ । ସୁରକ୍ଷା ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ । ଧାଡି ପହଣ୍ଡିରେ ଆସି ସ୍ନାନବେଦୀରେ ପ୍ରଭୁ ବଳଭଦ୍ର । ଏହି ପବିତ୍ର ଦିବ୍ୟସ୍ନାନର ସାକ୍ଷୀ ହେବାକୁ ପୁରୀ ବଡଦାଣ୍ଡ ଲୋକାରଣ୍ୟ ହୋଇଉଠିଛି ।

Sajaga News

Related Articles

Leave a Reply

Your email address will not be published. Required fields are marked *

Back to top button