ଓଡିଶା

ମଣିମାଙ୍କ ମୋଦକ ଚୋରି ଅଭିଯୋଗ; ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଚିଠି ଲେଖିଲେ ବାଡ଼ଗ୍ରାହୀ

ଆଉ ଦୁଇ ଦିନ ପରେ ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ରଥଯାତ୍ରା ପାଇଁ ଜୋରସୋରରେ ପ୍ରସ୍ତୁତ ଚାଲିଥିବାବେଳେ ଏକ ବଡ ଖବର ସାମ୍ନାକୁ ଆସିଛି। ମହାପ୍ରଭୁଙ୍କ ପାଇଁ ଆସିଥିବା ମୋଦକ ମଣିମାଙ୍କୁ ଲାଗି ହେବା ପୂର୍ବରୁ ହିଁ ତାହା ଚୋରି ହେଇଗଲା। ଆଉ ଶେଷରେ ମାରା ମୋଦକ ମହାପ୍ରଭୁଙ୍କୁ ଲାଗି ହେଲା। ଗାରଦ ଘରୁ ମହାପ୍ରଭୁଙ୍କ ମୋଦକ ଚୋରି ହୋଇଥିବା ଅଭିଯୋଗ ଆସିଛି। ଶ୍ରୀମନ୍ଦିର ଗାରଦ ଘରୁ ଚୋରି କରିନେଲେ ଅମୁଣିଆ ମୋଦକ।

ଅଣବସର ଦଶମୀରେ ରାଜବୈଦ୍ୟ ପ୍ରଦାନ କରିଥିବା ଦଶମୂଳ ମୋଦକ ଲାଗି ପୂର୍ବରୁ ଚୋରି କରାଯାଇଥିବା ଅଭିଯୋଗ ଆସିଛି। ଶ୍ରୀବିଗ୍ରହଙ୍କୁ ଲାଗି ପୂର୍ବରୁ ଚୋରି ହୋଇଥିବାରୁ ଏହା ମାରା ହୋଇଛି। ହେଲେ କିଭଳି ଏହି ମାରା ମୋଦକ ମହାପ୍ରଭୁଙ୍କ ଲାଗିହେଲା ସେ ନେଇ ପ୍ରଶ୍ନ ଉଠିଛି। ଏନେଇ ବଳଭଦ୍ରଙ୍କ ବାଡ଼ଗ୍ରାହୀ ହଳଧର ଦାସ ମହାପାତ୍ର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସନକୁ ଚିଠି ଲେଖି ଅବଗତ କରାଇବା ସହ ମାରା ମୋଦକ ଚୋରି ନେଇ ଅଭିଯୋଗ ଆଣିଛନ୍ତି।

ମାରା ହୋଇଥିବା ମୋଦକକୁ କିଭଳି ମହାପ୍ରଭୁଙ୍କୁ ସମର୍ପିତ ହେଲା ତାହାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି ହଳଧର। ଅନବସର ଏକାଦଶୀ ଦିନ ମହାପ୍ରଭୁଙ୍କ ସର୍ବାଙ୍ଗ ପରେ ଦଶମୂଳ ମୋଦକ ସେବାରେ କବିରାଜ ସେବକ ଭକ୍ତମାନେ ମୋଦକ ଆଣି ଶ୍ରୀମନ୍ଦିର ଗାରଦ କାର୍ଯ୍ୟାଳୟରେ କମାଣ୍ଡରଙ୍କ ତତ୍ବାବଧାନରେ ଜମା ଦେଇ ଥାଆନ୍ତି। କିନ୍ତୁ ଦୁଃଖର ବିଷୟ ମହାପ୍ରଭୁଙ୍କ ଭୋଗ ନିମନ୍ତେ ମୋଦକ ମଣତି ନେଇ ନେବା ସମୟରେ ମୂର୍ତ୍ତି ୩୧୩ ଅମୁଣିଆ ମୋଦକରୁ ମୃତି ୭୦ କମ୍ ଥିଲା। ଏହି ମାରା ହୋଇଥିବା ମୋଦକ ମହାପ୍ରଭୁଙ୍କୁ ମୂର୍ତ୍ତି ମୂଳ କିପରି କରାଗଲା। ଏହି ଅପରାଧ ପାଇଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ନିତ୍ୟାନ୍ତ ଆବଶ୍ୟକ ବୋଲି କହିଛନ୍ତି। ତେବେ ରଥଯାତ୍ରା ପ୍ରସ୍ତୁତି ମଧ୍ୟରେ ଏହା ଏକ ବଡ ଚିନ୍ତାରେ ବିଷୟ ପାଲଟିଛି।

Sajaga News

Related Articles

Leave a Reply

Your email address will not be published. Required fields are marked *

Back to top button