ଓଡିଶା

ଆଜି ମହାପ୍ରଭୁଙ୍କ ବନକଲାଗି : ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ଭୁବନେଶ୍ୱର, ୨୮/୦୫ : ଆଜି ମହାପ୍ରଭୁଙ୍କ ବନକଲାଗି । ଜ୍ୟେଷ୍ଠ ଶୁକ୍ଲ ପ୍ରତିପଦ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ସନ୍ଧ୍ୟା ୭ଟାରୁ ରାତି ୧୧ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି । ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ । ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି । ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଯେତିକି ସମୟ ଏହି ନୀତି ଚାଲେ ସେହି ସମୟରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରୁହେ ।

Sajaga News

Related Articles

Leave a Reply

Your email address will not be published. Required fields are marked *

Back to top button