ଦେଶ ବିଦେଶ

ସୋଆ ପ୍ରତିଷ୍ଠାତା ସଭାପତିଙ୍କ ସହ ପଦ୍ମ ପୁରସ୍କାର ବିଜେତା ପ୍ରଫେସର ଅଶୋକ ମହାପାତ୍ରଙ୍କ ସୌଜନ୍ୟମୂଳକ ସାକ୍ଷାତ

୨୦୨୫ର ପଦ୍ମଶ୍ରୀ ବିଜେତା ପ୍ରଫେସର ଅଶୋକ କୁମାର ମହାପାତ୍ର ଶନିବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା କରିଛନ୍ତି । ଗତ ୨୮ ତାରିଖରେ ନୂଆଦିଲ୍ଲୀସ୍ଥ ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ପ୍ରଫେସର ମହାପାତ୍ରଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଥିଲେ।

ଭେଷଜ ବିଜ୍ଞାନ କ୍ଷେତ୍ରରେ ନିଜର ଅବଦାନ ପାଇଁ ପ୍ରଫେସର ମହାପାତ୍ରଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥିଲା। ଦେଶର ବିଶିଷ୍ଟ ସ୍ନାୟୁଶଲ୍ୟ ବିଶେଷଜ୍ଞ ପ୍ରଫେସର ମହାପାତ୍ର ସୋଆର ପୂର୍ବତନ କୁଳପତି ଭାବେ ଦାୟିତ୍ୱ ତୁଲାଇ ସାରିଥିବାବେଳେ ବର୍ତ୍ତମାନ ବିଶ୍ୱବିଦ୍ୟାଳୟର ପ୍ରମୁଖ ଉପଦେଷ୍ଟା (ସ୍ୱାସ୍ଥ୍ୟ ବିଜ୍ଞାନ) ପଦବୀରେ ଅଧିଷ୍ଠିତ ଅଛନ୍ତି। ନୂଆଦିଲ୍ଲୀସ୍ଥିତ ଏମ୍ସର ନ୍ୟୁରୋସର୍ଜରୀ ବିଭାଗର ମୁଖ୍ୟ ଭାବେ ଦାୟିତ୍ୱ ତୁଲାଇଥିବା ପ୍ରଫେସର ମହାପାତ୍ର ଭୁବନେଶ୍ୱର ଏମ୍ସର ମଧ୍ୟ ପ୍ରଥମ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ତୁଲାଇଥିଲେ । ବିଶ୍ୱର ଶ୍ରେଷ୍ଠ ୫ଜଣ ନ୍ୟୁରୋସର୍ଜନଙ୍କ ମଧ୍ୟରେ ତାଙ୍କୁ ମାନ୍ୟତା ଦିଆଯାଇଛି।

ନୂଆଦିଲ୍ଲୀରୁ ଫେରିବା ପରେ ପ୍ରଫେସର ମହାପାତ୍ର ସୋଆ ପ୍ରତିଷ୍ଠାତା ସଭାପତିଙ୍କୁ ଭେଟି ବିଶ୍ୱବିଦ୍ୟାଳୟ ସମ୍ପର୍କରେ ବିଭିନ୍ନ ଆଲୋଚନା କରିଥିଲେ। ପ୍ରଫେସର ନାୟକ ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ।

Sajaga News

Related Articles

Leave a Reply

Your email address will not be published. Required fields are marked *

Back to top button