ଓଡିଶା

ସ୍ନାନଯାତ୍ରାରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର, ୧୧/୦୬  : ମହାପ୍ରଭୁଙ୍କ ସ୍ନାନଯାତ୍ରାରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଶ୍ରୀମନ୍ଦିର ଉତ୍ତର ଦ୍ଵାର ଦେଇ ପ୍ରବେଶ କରିଥିଲେ । ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ କରି ସାନ୍ନିଧ୍ୟ ନେଇଥିଲେ । ମୁଖ୍ୟମନ୍ତ୍ରୀ ପ୍ରାୟ ଦୁଇ ଘଣ୍ଟାରୁ ଅଧିକ ସମୟ ଶ୍ରୀମନ୍ଦିରରେ ଅତିବାହିତ କରିଥିଲେ। ସ୍ନାନ ବେଦୀରେ ମହାପ୍ରଭୁଙ୍କ ମଙ୍ଗଳ ଆଳତି ଦର୍ଶନ କରିବା ପରେ ମୁଖ୍ୟମନ୍ତ୍ରୀ ଚାଲି ଚାଲି ପୁନଶ୍ଚ ଶ୍ରୀମନ୍ଦିର ସିଂହଦ୍ଵାର ଆସି ପତିତପାବନଙ୍କୁ ଦର୍ଶନ କରିଥିଲେ। ଏହାପରେ ସେ ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ସମୀକ୍ଷା କରିଥିଲେ । ସ୍ନାନ ମଣ୍ଡପରେ ଦର୍ଶନ ପରେ ଶ୍ରୀମନ୍ଦିର ଉତ୍ତର ଦ୍ଵାର ଦେଇ ବାହାର ପରିକ୍ରମା ମାର୍ଗରେ ଚାଲି ଚାଲି ଯାଇଥିଲେ । ନନ୍ଦିଘୋଷ ରଥ ନିକଟରେ ରଥ ନିର୍ମାଣର କାର୍ଯ୍ୟର ସମୀକ୍ଷା କରିଥିଲେ।  ମୁଖ୍ୟମନ୍ତ୍ରୀଙ୍କ ସହ ପୁରୀ ସାଂସଦ ଡଃ ସମ୍ବିତ ପାତ୍ର ,ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ,ସତ୍ୟବାଦୀ ବିଧାୟକ ଓମ୍ ପ୍ରକାଶ ମିଶ୍ର, ବ୍ରହ୍ମଗିରି ବିଧାୟକ ଉପାସନା ମହାପାତ୍ରଙ୍କ ସହ ଉତ୍ତର ଦ୍ଵାର ଦେଇ ପ୍ରବେଶ କରିଥିଲେ।

Sajaga News

Related Articles

Leave a Reply

Your email address will not be published. Required fields are marked *

Back to top button