ଓଡିଶା

ଖାନ ନଗର ବ୍ରିଜ ନିର୍ମାଣ ବେଳେ ଅଘଟଣ, ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କଟକ : କଟକ ଖାନ ନଗର ବ୍ରିଜ ନିର୍ମାଣ ଚାଲୁଥିବା ଅଘଟଣ ବିଷୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିଛନ୍ତି । ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୫ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିବା ସହ ଆହତଙ୍କ ସମସ୍ତ ଚିକିତ୍ସା ମାଗଣାରେ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ମୁଖ୍ୟମନ୍ତ୍ରୀ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ।

ପ୍ରକାଶଯୋଗ୍ୟ, ବ୍ରିଜ ନିର୍ମାଣ ବେଳେ କ୍ରେନ ଛିଡ଼ିବା ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି । କଟକ ଖାନନଗର ଠାରେ କାଠଯୋଡ଼ି ନଦୀରେ ନିର୍ମାଣାଧୀନ ବ୍ରିଜରେ ଅଘଟଣ ଘଟିଛି । ସ୍ଲାବକୁ କ୍ରେନରେ ଟେକାଯାଉଥିବା ବେଳେ ଛିଡିପଡ଼ିଥିଲା ଚେନ। ଫଳରେ ସ୍ଲାବ ଶ୍ରମିକଙ୍କ ଉପରେ ଖସି ପଡ଼ିଥିଲା। ଏଥିରେ କିଛି ଶ୍ରମିକ ଗୁରୁତର ହୋଇଥିଲେ। ତୁରନ୍ତ ସେମାନଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ୩ଜଣ ଶ୍ରମିକଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି। ୨ଜଣ ଶ୍ରମିକ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି।

Sajaga News

Related Articles

Leave a Reply

Your email address will not be published. Required fields are marked *

Back to top button