ଓଡିଶା

ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ

ସଂଚାର ବ୍ୟୁରୋ: ଆଜିଠାରୁ ପର୍ଯ୍ୟଟକ ମାନଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । କୁମ୍ଭୀର ପ୍ରଜନନ ପାଇଁ ଆଜିଠାରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। ଦୀର୍ଘ ୩ ମାସ ଧରି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ।ପର୍ଯ୍ୟଟକଙ୍କ ସୁରକ୍ଷା ପାଇଁ ଭିତରକନିକା ଯିବାକୁ ବାରଣ କରାଯାଇଛି। ଏହି ସମୟରେ ପ୍ରଜନନ ପାଇଁ ବଉଳା କୁମ୍ଭୀର ହିଂସ୍ର ହେଉଥିବାରୁ ପର୍ଯ୍ୟଟକମାନଙ୍କୁ ଆକ୍ରମଣ କରିବାର ଆଶଙ୍କା ଥିବାରୁ ପର୍ଯ୍ୟଟକ ମାନଙ୍କୁ ବାରଣ କରାଯାଇଛି। ଏହି ୩ମାସ ଭିତରକନିକା ଭିତରେ ବୋଟ ମଧ୍ୟ ଚଳାଚଳ କରିବ ନାହିଁ । ଏନେଇ ରାଜନଗର ବନବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Sajaga News

Related Articles

Leave a Reply

Your email address will not be published. Required fields are marked *

Back to top button