ରାଜନୀତି

ଆଜି ନୂଆ ଢାଞ୍ଚାରେ ବସିବ କ୍ୟାବିନେଟ ବୈଠକ

ଭୁବନେଶ୍ୱର,୨୮/୦୫ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ଅପରାହ୍ନ ୫ଟାରେ ନୂଆ ଢାଞ୍ଚାରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ । ସରକାରଙ୍କ ନିଷ୍ପତ୍ତି ଅନୁସାରେ ଏଥର ବୈଠକ ଭିନ୍ନ ଢଙ୍ଗରେ ବସିବ। କ୍ୟାବିନେଟ ବୈଠକରେ ମନ୍ତ୍ରୀମାନଙ୍କର ଗୁରୁତ୍ୱ ବଢ଼ିବ । ଅଫିସରମାନଙ୍କ କ୍ଷମତାକୁ ଗୌଣ କରାଯିବ। ମୁଖ୍ୟ ଶାସନ ସଚିବଙ୍କୁ ଛାଡ଼ିଲେ ଅନ୍ୟ କୌଣସି ସଚିବ ବୈଠକ ଗୃହରେ ଉପସ୍ଥିତ ରହିବେ ନାହିଁ । ଆବଶ୍ୟକ ପଡ଼ିଲେ ହିଁ ସଚିବଙ୍କୁ କ୍ୟାବିନେଟ କକ୍ଷକୁ ଡକାଯିବ । ବିଭାଗର ପ୍ରସ୍ତାବ, ନିଷ୍ପତ୍ତି ଓ ଏହାର ଉଦ୍ଦେଶ୍ୟ ନେଇ ମନ୍ତ୍ରୀ ଉପସ୍ଥାପନ ରଖିବେ। ଆବଶ୍ୟକସ୍ଥଳରେ ପଚାରିଲେ ହିଁ ସଚିବ ଉତ୍ତର ରଖିବେ। ମାତ୍ର ରାଜ୍ୟରେ ସରକାର ବଦଳିବା ପରେ ଢାଞ୍ଚା ବଦଳୁଛି । ମୋହନ ସରକାରରେ ଅଫିସରଙ୍କ ତୁଳନାରେ ନିର୍ବାଚିତ ଜନପ୍ରତିନିଧି ଭାବେ ମନ୍ତ୍ରୀ ଓ ବିଧାୟକଙ୍କ ଗୁରୁତ୍ୱ ବଢ଼ିଛି । ଦିନ କେଇଟା ପରେ ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ହେବ । ତେଣୁ କ୍ୟାବିନେଟରେ କିଛି ବଡ଼ ନିଷ୍ପତ୍ତି ନେଇପାରନ୍ତି ମୋହନ ସରକାର ।

Sajaga News

Related Articles

Leave a Reply

Your email address will not be published. Required fields are marked *

Back to top button