ଓଡିଶା
ରଥଯାତ୍ରା ଦେଖିବାକୁ ପୁରୀ ଆସିବେ ପ୍ରଧାନମନ୍ତ୍ରୀ !

ଭୁବନେଶ୍ୱର, ୨୭/୦୫ : ପୁରୀ ରଥଯାତ୍ରାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗଦେବାର ସମ୍ଭାବନା ରହିଛି। ଦିଲ୍ଲୀ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏଥିପାଇଁ ମୋଦୀଙ୍କୁ ଭେଟି ନିମନ୍ତ୍ରଣ କରିଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସମେତ ଏନ୍ଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ଶ୍ରୀ ମାଝୀ ନିମନ୍ତ୍ରଣ କରିଛନ୍ତି। ନୀତି ଆୟୋଗ ବୈଠକରେ ଯୋଗଦେବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଦିଲ୍ଲୀ ଯାଇଥିଲେ। ଆଗାମୀ ଜୁନ୍ ୨୭ରେ ହେବାକୁ ଥିବା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାରେ ଯୋଗଦେବାକୁ ଏହି ଅବସରରେ ଶ୍ରୀ ମାଝୀ ପ୍ରଧାନମନ୍ତ୍ରୀଙ୍କ ସମେତ କେନ୍ଦ୍ର ଗୃହମନ୍ତ୍ରୀ ଏବଂ ବୈଠକରେ ଯୋଗ ଦେଇଥିବା ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛନ୍ତି ବୋଲି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋମବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଏହା ଜାଣିବା ପରେ ପ୍ରଶାସନିକ ସ୍ତରରେ ତତ୍ପରତା ପ୍ରକାଶ ପାଇଛି।