ଓଡିଶା

ଗୋଷ୍ଠୀ ସଂଘର୍ଷରେ ଯୁବକଙ୍କ ମୃତ୍ୟୁ ଘଟଣା : ୧୦ ଲକ୍ଷ କ୍ଷତିପୂରଣ, ପରିବାରର ଜଣକୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୨/୦୬ : ଗୋ ମାଫିଆଙ୍କ ଆକ୍ରମଣରେ ଗୁରୁତର ହୋଇଥିବା ସନ୍ତୋଷ ପରିଡ଼ାଙ୍କର ମୃତ୍ୟୁ ହୋଇଛି । ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଏ ଘଟଣାରେ ଦୋଷୀଙ୍କ ବିରାଧରେ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି । ମୃତ ସନ୍ତୋଷଙ୍କ ପରିବାରକୁ ନ୍ୟାୟ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହାସହିତ ମୃତ ସନ୍ତୋଷଙ୍କ ପରିବାର ତଥା ଆତ୍ମୀୟଙ୍କ ଲାଗି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିଛନ୍ତି । ଏହା ସହିତ ପରିବାରର ଜଣେ ବ୍ୟକ୍ତିଙ୍କୁ ନିଯୁକ୍ତି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା

Sajaga News

Related Articles

Leave a Reply

Your email address will not be published. Required fields are marked *

Back to top button